ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା, ୨୫ରେ ଆସିବ ବଡ଼ ଅପଡେଟ୍!
ନନ୍ଦିଘୋଷ ବ୍ୟୁରୋ : ଅକ୍ଟୋବର ଶେଷ ସପ୍ତାହରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ପରବର୍ତ୍ତୀ ତୀବ୍ରତା ଏବଂ ଗତିପଥ ନେଇ ଏଯାବତ୍ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ । ୨୫ ବେଳକୁ ବାତ୍ୟା ସ୍ଥିତି ଉପରେ ସ୍ପଷ୍ଟ ଚିତ୍ର ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୨୨ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଘନୀଭୂତ ହେବାର ସମ୍ଭାବନା ରହିଛି । ବାତ୍ୟା ପାଇଁ ସମୁଦ୍ର ଭିତରେ ପାଗ ଅନୁକୂଳ ରହିଛି । ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଗରେ ବିଶେଷ ପରିବର୍ତ୍ତନ ନାହିଁ । ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି । ବିଶିଷ୍ଟ ପାଣିପାଗ ବିଜ୍ଞାନୀ ଡ ସୁରେନ୍ଦ୍ର ନାଥ ପଶୁପାଳକ ପୂର୍ବାନୁମାନ କରି କହିଛନ୍ତି ଚଳିତ ମାସ ୨୭ ରୁ ୨୯ ତାରିଖ ଭିତରେ ଲଘୁଚାପଟି ଗଭୀର ଅବପାତରେ ପରିଣତ ହେବ । ଯାହା ପରବର୍ତ୍ତି ଅବସ୍ଥାରେ ବାତ୍ୟାର ରୂପ ନେଇପାରେ । ତେବେ ବାତ୍ୟା ହେଲେ ଏହାର ଗତିପଥ କଣ ରହିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।