ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

Sep 19, 2026 - 21:22
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟା ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ କ୍ଷେତ୍ରଟି ସକ୍ରିୟ ହୋଇଛି।

ଏହି ପାଣିପାଗ ବ୍ୟବସ୍ଥାଟି କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୧ ସେପ୍ଟେମ୍ବର ସୁଦ୍ଧା ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଅବପାତ (Depression)ରେ ପରିଣତ ହେବ।

ଏହାପରେ ଏହି ଅବପାତଟି ଆହୁରି ଶକ୍ତିଶାଳୀ ହୋଇ ୨୨ ସେପ୍ଟେମ୍ବର ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଗଭୀର ଅବପାତ (Deep Depression)ର ରୂପ ନେବାର ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ରହିଛି, ଯାହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।