ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

Aug 08, 2026 - 19:22
ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି। ବିଜୟ କୌଣସି କାମରେ ଚିକିଟି ବଜାର ଆସିଥିଲେ। ବିଜୟ ଘରକୁ ଫେରୁଥିବା ବେଳେ ବିଜୁଳି ଓ ଘଡଘଡି ମାରି ପ୍ରବଳ ବର୍ଷା ହୋଇଥିଲା ସେ କେନାଲ ନିକଟରେ ପହଞ୍ଚିଥିବା ବେଳେ ବଜ୍ରପାତ ହୋଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ବିଜୟଙ୍କୁ ଉଦ୍ଧାର କରି ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଭର୍ତ୍ତି କରିଥିଲେ।

ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ବିଜୟଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ଚିକିଟି ଫାଣ୍ଡି ଅଧିକାରୀ ଗୌତମ ସାହୁ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ବଡମେଡିକାଲକୁ ପଠାଇଥିଲେ। ଶନିବାର ବ୍ୟବଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।