ବନ୍ୟା ସ୍ଥିତିକୁ ନେଇ ବଡ଼ ନିଷ୍ପତ୍ତି: ଗଞ୍ଜାମ ଜିଲ୍ଲାର ସମସ୍ତ ସ୍କୁଲ ଆସନ୍ତା ୨ ତାରିଖ ଯାଏଁ ବନ୍ଦ
ଗଞ୍ଜାମ: ଜିଲ୍ଲାରେ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ। ଆସନ୍ତା ୨ ତାରିଖ ଯାଏଁ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରହିବ। ଏନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି ଜିଲ୍ଲାପାଳ।
ବର୍ତ୍ତମାନ ଜିଲ୍ଲାରେ ବନ୍ୟା ସ୍ଥିତି ଉପୁଜିଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ବନ୍ୟା ପରିସ୍ଥିତିରେ ସ୍କୁଲ ଯାତାୟାତ ସମୟରେ ଛାତ୍ରଛାତ୍ରୀଙ୍କ ଯେପରି କୌଣସି ଅସୁବିଧା ନହୁଏ, ସେଥିପାଇଁ ଏହି ପଦକ୍ଷେପ ନିଆଯାଇଛି।ଜିଲ୍ଲାପାଳଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାର ସମସ୍ତ ସ୍କୁଲରେ ପାଠପଢ଼ା ବନ୍ଦ ରହିବ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAJA LIVE - ସମାଜ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAJA LIVE - ସମାଜ ଦେଖନ୍ତୁ।