ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

Aug 31, 2026 - 07:42
ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବରଗଡ଼ ଜିଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ ଏବଂ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ସୋମବାର (ଆଜି ଗୋଟିଏ ଦିନ) ପାଇଁ ବନ୍ଦ ରଖାଯାଇଛି। ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଆଦେଶକ୍ରମେ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଜିଲା ଶିକ୍ଷା ଅଧିକାରୀ ସରୋଜ ଭୁଏ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।