ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

Oct 12, 2026 - 11:19
ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ ଭିତରକୁ ପଶି ଯାଇଛି ଏକ ଟମାଟୋ ବୋଝେଇ ଟ୍ରକ୍ । ତେବେ ଏହି ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଟ୍ରକ୍‌ର ଡ୍ରାଇଭର ଓ ହେଲପର।

ରାସ୍ତାରେ ଦ୍ରୁତ ଗତିରେ ଗାଡି ଚାଲାଣ ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି । ଦୁର୍ଘଟଣାର କାରଣ ଜଣାପଡ଼ିନଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ରାସ୍ତାରେ ଯାଉଥିବା ବେଳେ ଟ୍ରକଟି କେଉଁ ପରିସ୍ଥିତିରେ ଭାରସାମ୍ୟ ହରାଇଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।