ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ
ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ ଟ୍ରାଏଲ କୋର୍ଟର ଦୋଷମୁକ୍ତ ରାୟକୁ ରଦ୍ଦ କରିଦେଇଛି। ଗୋଆ ସରକାରଙ୍କ ଆବେଦନକୁ ଗ୍ରହଣ କରି ହାଇକୋର୍ଟ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟ ଏବେ ପୃଥକ ଭାବରେ ଦଣ୍ଡାଦେଶ ସମ୍ପର୍କରେ ଯୁକ୍ତି ଶୁଣାଇବେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।