ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

Oct 06, 2026 - 14:57
ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଏକ ହାଇୱା ଚଢ଼ିଯିବାରୁ ୩ ଜଣ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।

ତେବେ ଚିକିତ୍ସାଧୀନ ଅବସ୍ଥାରେ ଏସ୍‌. ବେଣୁଗୋପାଳ ଓ ବି. ସନମୁଖାଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ଅନ୍ୟ ଆହତ ଏସ୍‌. ନାରାୟଣ ରାଓଙ୍କ ଅବସ୍ଥା ଗୁରୁତର ରହିଛି । ଦୁର୍ଘଟଣା ପରେ ହାଇୱା ଛାଡ଼ି ଚାଳକ ଫେରାର ହୋଇଯାଇଛନ୍ତି । ରାୟଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ହାଇୱାକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।