ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

Oct 06, 2026 - 17:28
ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା ସାହିର ଜୋସେଫ୍‌ ସାଗରଙ୍କୁ ରୋହିତ ସୂର୍ଯ୍ୟ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି।

ଜୋସେଫଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ କୋରାପୁଟ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ଜୋସେଫ୍‌ ବସଷ୍ଟାଣ୍ଡ ନିକଟରେ ମକା ବ୍ୟବସାୟ କରୁଥିବା ସମୟରେ ରୋହିତ ତାଙ୍କୁ ଛୁରାମାଡ଼ କରିଥିଲେ। ଏହାପରେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ଉଭୟେ ଟିକିରା ସାହି ଅଞ୍ଚଳର ବାସିନ୍ଦା। ଜାଗାକୁ ନେଇ ଦୁଇ ପକ୍ଷ ମଧ୍ୟରେ ପୂର୍ବରୁ ବିବାଦ ଥିବା ଏବଂ ଏହାକୁ କେନ୍ଦ୍ର କରି ଛୁରାମାଡ଼ ହୋଇଥିବା ପ୍ରାଥମିକ ସୂଚନା ମିଳିଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି। ଅନ୍ୟପକ୍ଷେ ପୋଲିସ ଫେରାର ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।