ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

Aug 11, 2026 - 14:07
ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା ପୂର୍ବରୁ ଏହି କଟକଣା ଜାରି କରାଯିବା ସହ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ଆଶଙ୍କାରେ ଏହି ପଦକ୍ଷେପ ନିଆଯାଇଛି।

ଏପରିକି ବ୍ଲକ ପରିସର ଓ ଆଖପାଖ ଅଞ୍ଚଳରେ ମେଳି ନ ହେବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। କୌଣସି ପ୍ରକାର ହରତାଳ ନ କରିବା ପାଇଁ ପୋଲିସ ପକ୍ଷରୁ ଲୋକଙ୍କୁ ଅବଗତ କରାଯାଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।