ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…
ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର ଶିକାର ହୋଇଥିଲେ। ତୁରନ୍ତ ପରିବାର ଲୋକମାନେ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ପରେ ଡାକ୍ତର ମୃତ ବୋଲି ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ବିଜୟ କୁମାର ବେହେରା ପହଞ୍ଚି ରଦନ୍ତ ଆରମ୍ଭ କରିଛନ୍ତି। ଏହି ପରିବାରକୁ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ବୁଦ୍ଧିଜୀବୀ ଲକ୍ଷ୍ମୀକାନ୍ତ ସ୍ବାଇଁ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ବଜ୍ରପାତ ହୋଇଥିଲା। ଫଳରେ ବିଭିନ୍ନ ସ୍ଥାନରେ ଭୟ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି।
ଏ ସଂକ୍ରାନ୍ତରେ ତହସିଲଦାର ରବି ନାରାୟଣ ଆଚାର୍ଯ୍ୟଙ୍କ ମତାମତ ନେବାରୁ ତଦନ୍ତ ରିପୋର୍ଟକୁ ଆଧାର କରି ରିଲିଫ୍ କୋଡ୍ ଅନୁସାରେ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।