ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ସହକାରୀ ଶିକ୍ଷକ ଭବାନୀ ପ୍ରସାଦ ସ୍କୁଲକୁ ଆସୁଥିବା ବେଳେ ଗେଟ୍ ନିକଟରେ ଜଣେ ଯୁବକ ତାଙ୍କୁ ଅଟକାଇଥିଲେ। ଯୁବକ ଜଣକ ତାଙ୍କୁ ଗାଳିଗୁଲଜ କରିବା ସହ କାଠଫାଳିଆରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏଥିରେ ଭବାନୀ ପ୍ରସାଦଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।
ପରେ ଗୁରୁତର ଆହତ ଶିକ୍ଷକଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କୁ ଆକ୍ରମଣ କରିଥିବା ଯୁବକଙ୍କୁ ସେ ଚିହ୍ନିନଥିବା କହିଛନ୍ତି। ଘଟଣାକୁ ନେଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ ତଦନ୍ତ ପରେ ଆକ୍ରମଣର ପ୍ରକୃତ କାରଣ ସ୍ପଷ୍ଟ ହେବ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।