ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର
ଯାଜପୁର: ଯାଜପୁର ଜିଲ୍ଲା ଖରସ୍ରୋତା ନଦୀରେ ପୁଣି କୁମ୍ଭୀର ଆତଙ୍କ । ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ପାଣିକୋଇଲି ଥାନା ନିକଟ ବରେଇ ଗାଁ ନିକଟ ନଦୀରେ ଅଘଟଣ । ଶୌଚ ହେବାକୁ ଯାଇଥିବାବେଳେ ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେଇଥିବା ସୂଚନା ମିଳିଛି । ନିଖୋଜ ବୃଦ୍ଧ ଜଣକ ହେଲେ କୋରେଇ ବ୍ଲକ ତଣ୍ଡରା ଗ୍ରାମ ପଞ୍ଚାୟତ ବରେଇ ଗାଁର ୬୭ ବର୍ଷୀୟ ଗଜେନ୍ଦ୍ର ମାଝୀ । କୁମ୍ଭୀର ତାଙ୍କୁ ନଦୀ ଭିତରକୁ ଟାଣିନେଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳିନାହିଁ । ଖବର ପାଇ ସ୍ଥାନୀୟ ଲୋକେ ଏବଂ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନଦୀରେ ବୃଦ୍ଧଙ୍କୁ ଖୋଜାଖୋଜି ଜାରି ରଖିଛନ୍ତି । ଏହି ଘଟଣାକୁ ନେଇ ଗାଁଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।