ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…
କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସିରିଲ କୁଲୁ(୬୬)। ଖବର ପାଇ ବୀରମିତ୍ରପୁର ବନ ରେଞ୍ଜ ଅଧିକାରୀ ସୁଦେଷ୍ଣା ପ୍ରଧାନ। ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବନ ରେଞ୍ଜରେ କେସ୍ ନଂ ୨/୨୬ ଏକ ମାମଲା ରୁଜୁ କରିବା ସହ ମୃତକଙ୍କ ଅନ୍ତେଷ୍ଟି କ୍ରିୟା ନିମନ୍ତେ ତାଙ୍କ ପରିବାରକୁ ୨୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏହାସହ ସରକାରୀ କ୍ଷତିପୂରଣ ବାବଦକୁ ୧୦ ଲକ୍ଷ ଟଙ୍କା ମୃତକଙ୍କ ପରିବାରକୁ ପ୍ରଦାନ କରାଯିବ ବୋଲି ରେଞ୍ଜର ପ୍ରଧାନ ସୂଚନା ଦେଇଛନ୍ତି।
ସୂଚନା ଥାଉକି, ମୃତ ସିରିଲ ଘଟଣା ଦିନ ଶୌଚ ହେବା ପାଇଁ ଘର ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ଏକ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ କଚାଡ଼ି ମାରିଦେଇଥିଲା। ଉକ୍ତ ହାତୀଟି ସକାଳୁ ସକାଳୁ ଝାଡ଼ଖଣ୍ଡ ଜଙ୍ଗଲରୁ ବାହାରି ଓଡ଼ିଶା ସୀମାରେ ପଶି ଯାଇଥିଲା।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।