ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…
ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି। ମୃତ ପୋଲିସ କର୍ମଚାରୀଙ୍କ ନାମ ରାଜିନ୍ଦ୍ର ଦଣ୍ଡସେନା (୨୮) ହୋଇଥିବାବେଳେ ତାଙ୍କ ଘର ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କାଦୋପଦର ବୋଲି ଜଣାପଡିଛି।ଭବାନୀପାଟଣା ରିଜର୍ଭ ପୋଲିସ ଠାରେ ଗତ ୩ ବର୍ଷ ହେଲା ସେ କାର୍ଯ୍ୟରତ ଥିବାବେଳେ ପୁରୁଣାପଡାର ଭଡା ଘରେ ଏକାକୀ ରହୁଥିଲେ। ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା କଲେ ତାହା ବର୍ତ୍ତମାନ ମଧ୍ୟ ଅସ୍ପଷ୍ଟ ରହିଛି। ବ୍ୟବଚ୍ଛେଦ ପରେ ଟାଉନ ଥାନା ପୋଲିସ ମୃତ ଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏ ନେଇଁ ଭବାନୀପାଟଣା ଟାଉନ ଥାନାରେ ଏକ ଅପମୃତ୍ୟୁ ମାମଲା ନଂ (୩୭/୨୦୨୬) ରୁଜୁ ହୋଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।