ଭାଲୁ ଆକ୍ରମଣରେ ଯୁବକ ଗୁରୁତର

Sep 23, 2026 - 13:01
ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ସାହାରପଡ଼ା ବ୍ଲକ ଅସ୍ତଯୋଡ଼ି ଗ୍ରାମର ସୋନୁ ମୁଣ୍ଡା।

ସୂଚନା ଅନୁଯାୟୀ, ସୋନୁ ତାଙ୍କ ଶ୍ୱଶୁର ଘର ବଡ଼ନୂଆଗାଁକୁ ବୁଲିବା ପାଇଁ ଆସିଥିଲେ। ବୁଧବାର ସକାଳେ ସେ ଶୌଚ ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିବାବେଳେ ହଠାତ୍‌ ଦୁଇଟି ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ। ଭାଲୁଙ୍କ ଆକ୍ରମଣରେ ସୋନୁଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି।

ପରିବାର ଲୋକ ଓ ସ୍ଥାନୀୟ ବାସିନ୍ଦା ତାଙ୍କୁ ଉଦ୍ଧାର କରି ପ୍ରଥମେ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।