ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍
ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍ ସେବାକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଯାତ୍ରୀଙ୍କ ସୁରକ୍ଷା ଏବଂ ରାଜ୍ୟ ସରକାରଙ୍କ ସତର୍କତାମୂଳକ ନିର୍ଦ୍ଦେଶନାମାକୁ ଆଧାର କରି ଏହି ନିଷ୍ପତ୍ତି ନିଆଯାଇଛି।
ଭୁବନେଶ୍ୱର ଘରୋଇ ବସ୍ ମାଲିକ ସଂଘର କୋଷାଧ୍ୟକ୍ଷଙ୍କ ସୂଚନା ଅନୁଯାୟୀ, ଆସନ୍ତାକାଲି (ବୁଧବାର) ପର୍ଯ୍ୟନ୍ତ ୧୫୦ରୁ ଅଧିକ ବସ୍ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାକୁ ଯାଉଥିବା ବସ୍ ସହିତ ଦକ୍ଷିଣ ଓଡ଼ିଶାରୁ ରାଜଧାନୀକୁ ଆସୁଥିବା ବସ୍ଗୁଡ଼ିକର ଯାତାୟାତକୁ ମଧ୍ୟ ସ୍ଥଗିତ ରଖାଯାଇଛି।
ବାତ୍ୟା ସମୟରେ ରାସ୍ତାଘାଟରେ ଗଛ ଉପୁଡ଼ିବା, ପ୍ରବଳ ବର୍ଷା ଓ ପବନ ଯୋଗୁ ସମ୍ଭାବ୍ୟ ଦୁର୍ଘଟଣାକୁ ଏଡ଼ାଇବା ପାଇଁ ବସ୍ ମାଲିକ ସଂଘ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ବାତ୍ୟାର ପ୍ରଭାବ କମିବା ଏବଂ ପରିସ୍ଥିତି ସ୍ୱାଭାବିକ ହେବା ପରେ ପୁନର୍ବାର ବସ୍ ଚଳାଚଳ ଆରମ୍ଭ କରାଯିବ ବୋଲି ସଂଘ ପକ୍ଷରୁ କୁହାଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।