ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

Sep 26, 2026 - 16:41
ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ ପଥର ଧସି ତଳକୁ ଖସିପଡ଼ିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି।
ଭୂସ୍କଳନ ଯୋଗୁ ରାସ୍ତା ଓ ଆଖପାଖ ଅଞ୍ଚଳରେ ମାଟି ଜମିଥିବା ବେଳେ ଯାତାୟାତ ଉପରେ ମଧ୍ୟ ପ୍ରଭାବ ପଡ଼ିବା ଆଶଙ୍କା ରହିଛି। ଲଗାଣ ବର୍ଷା ପରେ ମାଟି ଦୁର୍ବଳ ହେବା ଏହାର ଏକ କାରଣ ହୋଇପାରେ ବୋଲି ସ୍ଥାନୀୟ ଭାବେ ଆଲୋଚନା ହେଉଛି। ତେବେ ଭୂସ୍କଳନର ପ୍ରକୃତ କାରଣ ଏବଂ କ୍ଷୟକ୍ଷତି ସମ୍ପର୍କରେ ଅଧିକାରିକ ଭାବେ ସ୍ପଷ୍ଟ ସୂଚନା ମିଳିନାହିଁ।
ଘଟଣା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଦେଖିଥିବା ବେଳେ ବିପଦପୂର୍ଣ୍ଣ ସ୍ଥାନକୁ ନ ଯିବା ପାଇଁ ସତର୍କ କରାଯାଇଛି। ଭୂସ୍କଳନ ଅଞ୍ଚଳର ସ୍ଥିତି ଏବଂ ଆଗକୁ ଅଧିକ ମାଟି ଧସିବାର ସମ୍ଭାବନା ଉପରେ ନଜର ରଖିବା ଆବଶ୍ୟକ ହୋଇପଡ଼ିଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।