ମଧ୍ୟପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା, ୭ ଓଡ଼ିଆଙ୍କ ସମେତ ୮ ମୃତ
ନନ୍ଦିଘୋଷ ବ୍ୟୁରୋ : ମଧ୍ୟପ୍ରଦେଶରେ ମର୍ମନ୍ତୁଦ ଦୁର୍ଘଟଣା। ନାଳରେ ଗାଡ଼ି ଭାସିଯିବାରୁ ୭ ଓଡ଼ିଆଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତ ୭ ଓଡ଼ିଆ ଭୁବନେଶ୍ୱର ଜୟଦେବ ବିହାର ଅଞ୍ଚଳର ଏବଂ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ଅନ୍ୟ ଜଣେ ମୃତକ ଗାଡ଼ିର ଡ୍ରାଇଭର। ମଧ୍ୟପ୍ରଦେଶର ମାଲୱା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଉଜ୍ଜୟିନୀରୁ ବଗଳାମୁଖୀ ମାତାଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଗାଡ଼ିଟି ନାଳରେ ଭାସିଯାଇଥିବା ସୂଚନା ମିଳିଛି। ଏସ୍ପି ଦିଲ୍ଲୀପ ସୋନିଙ୍କ ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରେ ୩ ଜଣ ଶିଶୁ, ୨ ଜଣ ମହିଳା ଓ ୩ ଜଣ ପୁରୁଷ ଅଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।