ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଚଳିତ ବର୍ଷ ସାର ଯୋଗାଣ ସୁରୁଖୁରୁରେ ଚାଲିଥିବା ବେଳେ ସମବାୟ ବିଭାଗ ପକ୍ଷରୁ ୨ ଲକ୍ଷ ୪୮ ହଜାର ୬୭୬ ଟନ୍ ସାର ଦିଆଯାଇଛି। କୃଷି ବିଭାଗ ପକ୍ଷରୁ ଆଉ ୩ ଲକ୍ଷ ୨୦ ହଜାର ଟନ ସାର ଯୋଗାଇଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଚାଷୀ ପଞ୍ଜୀକରଣକୁ ନେଇ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ବର୍ଷା ଯୋଗୁ ଚାଷୀ ପଞ୍ଜୀକରଣ ସର୍ଭର ଟିକେ ଡାଉନ ରହୁଛି। ହେଲେ ଚାଷୀଙ୍କ ସୁବିଧା ପାଇଁ ସରକାର ବ୍ୟାପକ ବ୍ୟବସ୍ଥା କରୁଛନ୍ତି। ଆବଶ୍ୟକ ହେଲେ ଚାଷୀ ପଞ୍ଜୀକରଣ ତାରିଖ ବୃଦ୍ଧି କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।