ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

Sep 11, 2026 - 09:32
ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ ୩୫୩ନଂ. ଜାତୀୟ ରାଜପଥ ଉପରେ ଜଣେ ଯୁବକ ଭାରସାମ୍ୟ ହରାଇ ବାଇକ୍‌ରୁ ଛିଟିକି ରାସ୍ତାରେ ପଡିଥିବା ଦେଖି ଜିଲାପାଳ ତତ୍‌କ୍ଷଣାତ ନିଜ ଗାଡି ଅଟକାଇଥିଲେ। ସେ ଯୁବକଙ୍କ ଅବସ୍ଥା ବୁଝିବା ସହ ଆମ୍ବୁଲାନ୍ସ ଡକାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଏଥିସହ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଫୋନ ଯୋଗେ ଆଲୋଚନା କରି ଆହତ ଯୁବକଙ୍କୁ ତୁରନ୍ତ ଆବଶ୍ୟକ ଚିକିତ୍ସାସେବା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ ା ତାଙ୍କ ପରିବାର ବର୍ଗଙ୍କୁ ମଧ୍ୟ ସୂଚନା ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ଏଭଳି କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।