ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଯାଇଛନ୍ତି

Nov 03, 2026 - 18:45
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଯାଇଛନ୍ତି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସଂଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ଭାରତ ଅକ୍ଷୟ ଶକ୍ତି ସମ୍ମିଳନୀରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କେନ୍ଦ୍ରୀୟ ନେତୃତ୍ବଙ୍କୁ ସାକ୍ଷତା କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ସମ୍ଭାବନା ଅଛି। ଏଥିସହ ବାତ୍ୟା ଅର୍ଣ୍ଣବଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିବା ସହ କ୍ଷତିଭରଣା ପାଇଁ କେନ୍ଦ୍ରୀୟ ସହାୟତା ଲୋଡ଼ିବା ସମ୍ଭାବନା ଅଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।