ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି
ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସୂଚନା ମୁତାବକ, ୩୭୮ ଅଧିକାରୀଙ୍କ ପୋଷାକ ଭତ୍ତା ୩୦୦୦ରୁ ୬୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏପରିକି ଚିଫ ୱାଡର୍ର୍, ୱାଡର୍ର୍ ଓ ମହିଳା ୱାର୍ଡରଙ୍କ ପୋଷାକ ଭତ୍ତା ୮ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବର୍ଷକୁ ଅତିରିକ୍ତ ୯୬.୨୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ୨୫୦୦ କର୍ମଚାରୀ ଓ ଅଧିକାରୀ ଉପକୃତ ହେବେ।
ଚଳିତ ଆର୍ଥିକ ବର୍ଷରୁ ଏହି ନୂଆପୋଷାକ ଭତ୍ତା ଲାଗୁ କରାଯିବ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।