ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

Aug 18, 2026 - 14:51
ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା ୮୫୦୦ ଟଙ୍କା, ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା, ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭ ହଜାର ଟଙ୍କା ମିଳିବ। ସେହିପରି ବାରମାସୀ ଫସଲ ପାଇଁ ହେକ୍ଟର ପିଛା ୨୨, ୫୦୦ ଟଙ୍କା ମିଳିବ।

ସେହିପରି ବନ୍ୟା ପରବର୍ତ୍ତୀ ରୋଗ ପୋକ ଜନିତ କ୍ଷତିଗ୍ରସ୍ତ ପାଇଁ ୭୫% ସବସିଡି ମିଳିବ। କ୍ଷତିଗ୍ରସ୍ତ ଉଠା ଜଳସେଚନ ଯୁଦ୍ଧକାଳୀନ ଭିତ୍ତିରେ ମରାମତି ହେବ। ପ୍ରାଣୀ ସମ୍ପଦ କ୍ଷତିପୂରଣ ପାଇଁ ସହାୟତା ମିଳିବ। ପୋଖରୀ, ଡଙ୍ଗା ଓ ଜାଲ ନଷ୍ଟ ହୋଇଥିଲେ ମିଳିବ ଆର୍ଥିକ ସହାୟତା। ଇଚ୍ଛୁକ ଚାଷୀଙ୍କ ସ୍ବଳ୍ପ ମିଆଦି ଖରିଫ ଋଣକୁ ମଧ୍ୟମ କୃଷି ଋଣରେ ପରିବର୍ତ୍ତନ ହେବ। ଏହା ସହିତ ହସ୍ତଶିଳ୍ପ କ୍ଷତିଗ୍ରସ୍ତ ପାଇଁ ୫ହଜାର ଆର୍ଥିକ ସହାୟତା ମିଳିବ ।

ବାସନକୁସନ ଓ ପୋଷାକ ବାବଦକୁ ଅର୍ଥ ଯୋଗାଇ ଦେବେ ସରକାର। ରନ୍ଧା ଓ ଶୁଖିଲା ଖାଦ୍ୟ ସହ ରିଲିଫ ଚାଉଳ ଯୋଗାଣ ଜାରି ରହିବ। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ୟାକେଜ ଅର୍ଥ ବଢ଼ିବ। ଗ୍ରାଉଣ୍ଡ ସର୍ଭେର ଗୁରୁତ୍ୱ ଅଧିକ ଥିବାରୁ ବନ୍ୟାଞ୍ଚଳ ବୁଲିଲି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।