ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…
ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି ଫାରୁଖାବାଦକୁ ପ୍ରଣାମ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି, ସେ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କରିବେ।
ରିଲ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନର ବନ୍ୟା ପରିସ୍ଥିତିର ସମୀକ୍ଷା କରାଯିବ। ଆମେ ଲୋକଙ୍କୁ ଭେଟିବୁ ଏବଂ ରିଲିଫ ସାମଗ୍ରୀ ବଣ୍ଟନ କରିବୁ। ଖାଦ୍ୟ, ଔଷଧ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀ ପ୍ରତ୍ୟେକ ଆବଶ୍ୟକୀୟ ବ୍ୟକ୍ତିଙ୍କ ପାଖରେ ପହଞ୍ଚିବା ନିଶ୍ଚିତ ହେବ। ‘ଡବଲ-ଇଞ୍ଜିନ’ ସରକାର ଲୋକଙ୍କ ସହିତ ଠିଆ ହୋଇଛି।
କିଛିଦିନ ପୂର୍ବେ ପ୍ରଧାନମନ୍ତ୍ରୀ ମୋଦି ନିଜ ଦଳର ନେତା ଏବଂ ମନ୍ତ୍ରୀଙ୍କୁ ରିଲ୍ସ ମାଧ୍ୟରେ ଲୋକଙ୍କ ପାଖରେ ପହଞ୍ଚିବାକୁ ପରାମର୍ଶ ଦେଇଥିଲେ। ସିଜେପି ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ମଧ୍ୟରେ ରିଲ୍ସ ମାଧ୍ୟମରେ ନିଜ ମତ ରଖିଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।