ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ
ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ପୂର୍ବାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।
କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ସୁଧାଂଶୁ ଶେଖର ପୂଜାରୀଙ୍କ ନେତୃତ୍ୱରେ ଏକ ଟିମ୍ ପାଟଣା ତହସିଲ କାର୍ଯ୍ୟାଳୟରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି। ଡଳଙ୍ଗ ଅଞ୍ଚଳର ଜଣେ ବ୍ୟକ୍ତି ପରିବାରର ଜମି ପାର୍ଟିସନ ଓ ମ୍ୟୁଟେଶନ ପାଇଁ ଆବେଦନ କରିଥିବାବେଳେ ଉମାଶଙ୍କର ତାଙ୍କୁ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା।
ଏନେଇ ସମ୍ପୃକ୍ତ ବ୍ୟକ୍ତି ବୁଧବାର ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଆଧାରରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହାପରେ ତହସିଲଦାର ଅଶ୍ୱିନୀ କୁମାର ନାଏକ ଓ ମୁଖ୍ୟ କିରାଣିଙ୍କଠାରୁ ଉମାଶଙ୍କରଙ୍କ ସମ୍ପର୍କିତ ବିଭିନ୍ନ ଫାଇଲ ନେଇ ଭିଜିଲାନ୍ସ ଟିମ୍ ଯାଞ୍ଚ ଚଳାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।