ମୟୂରଭଞ୍ଜ ଚାନ୍ଦୁଆ ଥାନା ଅଞ୍ଚଳରେ ଲଜ୍ଜା ; ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ
ନନ୍ଦିଘୋଷ ବ୍ୟୁରୋ : ମୟୂରଭଞ୍ଜ ଚାନ୍ଦୁଆ ଥାନା ଅଞ୍ଚଳରେ ଲଜ୍ଜା। ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁସାରେ, ଗତକାଲି ରାତିରେ ସ୍ଥାନୀୟ ଅଞ୍ଚଳରେ ଏକ ବାହାଘର ଭୋଜି ଚାଲିଥିବା ବେଳେ ଏହି ଅଭାବନୀୟ ଘଟଣା ଘଟିଛି। ନାବାଳିକା ଜଣକ ନିଖୋଜ ହେବା ନେଇ ପରିବାର ଲୋକେ ଚାନ୍ଦୁଆ ଥାନାରେ ଅଭିଯୋଗ କରିଥିଲେ। ପରେ ନାବାଳିକାଙ୍କ ବୟାନକୁ ଆଧାର କରି ପୋଲିସ ୨ ଅଭିଯୁକ୍ତଙ୍କୁ ଅଟକ ରଖିଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।