ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇଥିଲେ
ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି । ପଟ୍ଟାମୁଣ୍ଡାଇ ବାଛରା, ମଣ୍ଡପଡାରେ ବୁଲିବା ସମୟରେ ଏହି ଅଘଟଣ ଘଟିଥିଲା । ତେବେ ତାଙ୍କୁ ତୁରନ୍ତ ରାଜନଗର ଗୋଷ୍ଠୀ ସ୍ୱସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ଜଣାପଡିଛି ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।