ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

Sep 23, 2026 - 14:26
ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି। ପାଟିଲ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଏବଂ ବିଧାନସଭା ବାଚସ୍ପତିଙ୍କ କାର୍ଯ୍ୟାଳୟରେ ଦାଖଲ କରିଛନ୍ତି।

ତେବେ ଉପଲବ୍ଧ ସଦ୍ୟ ରିପୋର୍ଟ ଅନୁସାରେ, ପାଟିଲ ଅଗଷ୍ଟ ୩ରେ କର୍ନାଟକ କ୍ୟାବିନେଟରେ ସ୍ଥାନ ନମିଳିବାକୁ ନେଇ ବିଧାୟକ ପଦରୁ ଇସ୍ତଫା ଦେଇଥିଲେ। ପରେ ଅଗଷ୍ଟ ୬ରେ ଦଳୀୟ ନେତା ଓ ସମର୍ଥକଙ୍କ ଅନୁରୋଧରେ ସେ ଇସ୍ତଫା ପ୍ରତ୍ୟାହାର କରିଥିବା ରିପୋର୍ଟ ଆସିଥିଲା।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।