ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ
ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି।
ବରଗଡ଼ର ଅମ୍ବାଭୋନାରେ ସର୍ବାଧିକ ୧୮୦ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ଯୁଯୁମରାରେ ୧୩୦.୮ ମିଲିମିଟିର, ଅତାବିରାରେ ୧୨୦, ଭଟଲିରେ ୧୧୦.୮ ଏବଂ ବୀରମହାରାଜପୁରରେ ୧୦୭ ମିଲିମିଟରର ବର୍ଷା ରେକର୍ଡ ହୋଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।