ରାତି ୯ଟା ଯାଏଁ ବାଣ ଫୁଟା, ନିୟମ ଉଲ୍ଲଙ୍ଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ଦୀପାବଳିରେ ବାଣ ଫୁଟାଇବାକୁ ନେଇ ମାର୍ଗଦର୍ଶିକା ଜାରି କରିଛି ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ପରିବେଶ ପ୍ରଦୂଷଣ ତଥା ଧ୍ୱନି ପ୍ରଦୂଷଣ ରୋକିବା ପାଇଁ କେବଳ ରାତି ୯ଟା ପର୍ଯ୍ୟନ୍ତ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି । ଦୀପାବଳି ଦିନ ସନ୍ଧ୍ୟା ୭ଟାରୁ ରାତି ୯ଟା ମଧ୍ୟରେ କେବଳ ଦୁଇ ଘଣ୍ଟା ପାଇଁ ବାଣ ଫୁଟାଇବାକୁ ପରାମର୍ଶ ଦିଆଯାଇଛି । ଏହାବ୍ୟତୀତ ସାଇଲେନ୍ସ ଜୋନ୍ରେ ବାଣ ଫୁଟାଇବା ଉପରେ କଟକଣା ଲଗାଯାଇଛି । ଏହି ନିୟମ ଉଲ୍ଲଙ୍ଘନ କଲେ ପୁଲିସ ପକ୍ଷରୁ ଦୃଢ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ପଷ୍ଟ ଚେତାବନୀ ଦିଆଯାଇଛି ।
ପ୍ରଦୂଷଣ ରୋକିବା ପାଇଁ କେବଳ କେନାଲ ଖୋଲା ସ୍ଥାନରେ ସବୁଜ ବାଣ (Green Crackers) ବ୍ୟବହାର କରିବାକୁ କୁହାଯାଇଛି । ୧୨୫ ଡେସିବେଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଏବଂ ଲଢ଼ି ବାଣ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲଗାଯାଇଛି । ବିଶେଷକରି ଉଦ୍ୟାନ, ପାର୍କ, ହସ୍ପିଟାଲ, ଶିକ୍ଷାନୁଷ୍ଠାନ, ଅଦାଲତ ଓ ଧାର୍ମିକ ସ୍ଥଳ ଭଳି ନିରବ ଅଞ୍ଚଳରେ ବାଣ ଫୁଟାଇବାକୁ ବାରଣ କରାଯାଇଛି । ପୁଲିସ ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର ପାଟ୍ରୋଲିଂ ଟିମ୍ ମଧ୍ୟ ମୁତୟନ କରାଯାଇଛି ।
ଏହି ନିୟମ ଉଲ୍ଲଙ୍ଘନ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ ଦଣ୍ଡବିଧାନ କରାଯିବ । ତେଣୁ ଦୀପାବଳି ପାଳନ ସମୟରେ ନିର୍ଦ୍ଧାରିତ ନିୟମ ମାନିବା ସହ ପରିବେଶ ଓ ଜନସାଧାରଣଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।