ରାଶିଫଳ: ରବିବାର, ନଭେମ୍ବର ୮ ତାରିଖ – Daily Horoscope

Nov 07, 2026 - 17:17
ରାଶିଫଳ: ରବିବାର, ନଭେମ୍ବର ୮ ତାରିଖ – Daily Horoscope
ମେଷ
ଆଜିର ସପ୍ତମ ଚନ୍ଦ୍ର, ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି, ଆନୁଷ୍ଠାନିକ କାମ ଓ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ କେତେକାଂଶରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ଚନ୍ଦ୍ରଙ୍କ ସ୍ଥିତି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନ୍‌ଝଟ୍‌ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରିକି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଅଟକି ରହିଥିବା କାମକୁ ଶେଷ କରି ଖୁସି ହେବେ।
ମିଥୁନ
ମିଥୁନ
ମୁଖଭାବସ୍ଥ ମଙ୍ଗଳ ଆପଣଙ୍କ କଠୋରୋକ୍ତି ବନ୍ଧୁ ସମ୍ପର୍କକୁ କ୍ଷୁଣ୍ଣ କରିପାରେ। ମୃଗଶିରା ନକ୍ଷତ୍ର ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ଧାରଣ କରିବାର ଆଶଙ୍କା ରହିଛି।
କର୍କଟ
କର୍କଟ
ଦୁର୍ବଳ କର୍ମାଧିପ ରାଶିରେ ଅବସ୍ଥାନ କରିଥିବାରୁ ବିଳମ୍ବରେ କାର୍ଯ୍ୟ ସାଧନ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକ ସହଯୋଗ ପାଇବାରେ ମଧ୍ୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ରାଶିରେ ଦେବଗୁରୁ ଅବସ୍ଥାନ କରି ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ହଟାଇ ନେବେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ହଲ୍‌ଚଲ୍‌ ହୋଇପାରେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିବା ସୂଚନାକୁ ଏଡ଼ି ହେବନାହିଁ।
କନ୍ୟା
ଆଜିର ଗ୍ରହସ୍ଥିତି ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ସାହାଯ୍ୟ କରିବ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। ସତ୍‌ସଙ୍ଗ, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ବାହାର କରିବେ। ଅଫିସରୁ ଘରକୁ ଫେରି ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିପାରନ୍ତି।
ତୁଳା
ତୁଳା
ରାଶିରେ ତିନୋଟି ଗ୍ରହ ଆପଣଙ୍କୁ ସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ କରାଇବ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବାକୁ ଚେଷ୍ଟା କଲେ ବିଫଳ ହେବନି। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ଆଗଭଳି ପ୍ରିୟ ବନ୍ଧୁଟିର ମନୋଭାବ ନଥିବା ତାହାଙ୍କର କାର୍ଯ୍ୟଶୈଳୀରୁ ଅନୁଭବ କରିପାରନ୍ତି ।
ବିଛା
ବିଛା
ମଙ୍ଗଳଙ୍କ ନୀଚତ୍ୱ ଏବଂ ଶନିଙ୍କ ସ୍ଥିତିଜନିତ ଅଧିକାଂଶ କ୍ଷେତ୍ରରେ ବିଚାର ବିଗିଡ଼ିଯାଇପାରେ। ପାରିବାରିକ କ୍ଷେତ୍ର, ଆର୍ଥିକ ସ୍ଥିତି ଏବଂ ବନ୍ଧୁସମ୍ପର୍କ ପାଇଁ ଅସୁବିଧା ହେବନାହିଁ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ଅଛନ୍ତି, ସେପରି କିଛି ହେବନି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ଶନି ପ୍ରଭାବରୁ କାଳକ୍ଷେପଣ ନୀତି ସାଙ୍ଗକୁ ଆଳସ୍ୟ ଓ ଅବହେଳା ଜନିତ କାର୍ଯ୍ୟହାନି ଘଟିପାରେ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆର୍ଥିକ ଅନଟନ ସାଙ୍ଗକୁ ବିଭିନ୍ନ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ।
ମକର
ମକର
ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେବ। ଆଜି ଯେତେ ଚେଷ୍ଟା କଲେ ମଧ୍ୟ ସବୁ କାମ ସମ୍ପନ୍ନ କରିପାରିବେ ନାହିଁ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାରରେ ନୂତନ ବ୍ୟକ୍ତି ବିଶେଷଙ୍କ ଉପସ୍ଥିତି ପରିବେଶକୁ ହର୍ଷଣମୁଖର କରିପାରେ।
କୁମ୍ଭ
କୁମ୍ଭ
ରାଶିରେ ରାହୁ ଏବଂ ଦ୍ୱିତୀୟସ୍ଥ ଶନି ହେତୁ ତିକ୍ତତା କାରଣରୁ ସମ୍ପର୍କୀୟଙ୍କ ସହ ବିବାଦ ଘନେଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ, କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ମୀନମୀନ
ଆଜି ପରିବାରରେ ବନ୍ଧୁମିଳନ ସହ ଆନୁଷ୍ଠାନିକ କାମରୁ ଖୁସି ରହିପାରନ୍ତି। ଉତ୍ତରଭାଦ୍ର ନକ୍ଷତ୍ର ବିଭିନ୍ନ ସମସ୍ୟାର ସାମ୍‌ନା କରି ନ ପାରି ବିବ୍ରତ ବୋଧ କରିବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ। ଆଜିର ରୋଜଗାର ତୁଳନାରେ ଖର୍ଚ୍ଚାଧିକ୍ୟ ମନସ୍ତାପର କାରଣ ହୋଇପାରେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।