ରାଶିଫଳ: ଶନିବାର, ଅକ୍ଟୋବେର ୩୧ ତାରିଖ – Daily Horoscope

Oct 30, 2026 - 16:59
ରାଶିଫଳ: ଶନିବାର, ଅକ୍ଟୋବେର ୩୧ ତାରିଖ – Daily Horoscope
ମେଷ
ସମସ୍ତ ସୁବିଧା ଥିଲେ ମଧ୍ୟ କାମ ହାସଲରେ ବାଧା କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହିଁ। ବହୁତ ଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ କିଛି ବିଫଳତାରୁ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ। କୌଣସି ବିବାଦୀୟ ବିଷୟକୁ ନେଇ ପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି।
ବୃଷ
ବୃଷ
ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇ ଖୁସି ହେବେ।
ମିଥୁନ
ମିଥୁନ
ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା କାରଣରୁ ଆଶ୍ୱସ୍ତି ଅନୁଭବ କରିବେ। ଅସୁବିଧାରେ ପଡ଼ିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ଅନ୍ୟମାନଙ୍କ ପ୍ରଶଂସା ଭାଜନ ହେବେ। ସହକର୍ମୀଙ୍କ ସାହାଯ୍ୟ ବିନା କାମଟିକୁ ହାସଲ କରିବା କଷ୍ଟକର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକଙ୍କ ସଂସ୍ପର୍ଶରେ ଆସିପାରନ୍ତି।
କର୍କଟ
କର୍କଟ
ଶତ୍ରୁତା କାରଣରୁ ଆଦୌ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଘରେ ଝଗଡ଼ା ଲାଗିପାରେ। ଯାନବାହନରେ ସତର୍କତା ଅବଲମ୍ବନ ନ କଲେ ପଶ୍ଚାତ୍ତାପ କରିପାରନ୍ତି। ମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବାଣିଜ୍ୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତା କରିପାରନ୍ତି। ପରିସ୍ଥିତି ବଶତଃ ଇଚ୍ଛା ନ ଥାଇ ମଧ୍ୟ ବହୁତ ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି। ପରିବାରରେ ଭୁଲ୍‌ ବୁଝାମଣା ଯୋଗୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ।
କନ୍ୟା
ଆଜି ଯାହା ଓ ଯେମିତି ଆଶା କରିବେ ତାହା ନିଷ୍ଫଳ ହେବନାହିଁ। ପାଖରେ ଥିବା ଲୋକଟି ଉପକାରରେ ଆସିବାର ସମ୍ଭାବନା ରହିଛି। ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ।
ତୁଳା
ତୁଳା
ବନ୍ଧୁଙ୍କ ସହ ଯାତ୍ରା କାଳରେ କୌଣସି ଯୁବକଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସି ହେବେ। ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବିବାଦୀୟ କ୍ଷେତ୍ରରେ ସଫଳତା ମିଳିବ। ପ୍ରଶାସନିକ ସ୍ତରରେ ଆଲୋଚନା ଫଳପ୍ରଦ ହେବ।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବା କାରଣରୁ ଖୁସି ହେବେ। ଆଶା ପୂରଣ ହେବା ସହ କୌଣସି ନୂତନ କାମରେ ବନ୍ଧୁମାନେ ସହଯୋଗର ହାତ ବଢ଼ାଇବେ। ପରିସ୍ଥିତିରେ ପଡ଼ି ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଘରେ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ମୁଖ୍ୟ କାରଣ ହେବ।
ଧନୁ
ଧନୁ
ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ ଏବଂ ସମସ୍ୟା ସମାଧାନ କରିବେ । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ଆଜିର ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ଅବଶ୍ୟ ହେବ।
ମକର
ମକର
କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ ା ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ହେତୁକ ଚିନ୍ତାରେ ସମୟ କାଟିପାରନ୍ତି।
କୁମ୍ଭ
କୁମ୍ଭ
ସତର୍କତା ଅଭାବରୁ କଳହ, ବାଦବିବାଦ ସାଙ୍ଗକୁ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବାଣିଜ୍ୟ ଓ ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ
ପରିବାରରେ ସୁସମ୍ପର୍କ ବଜାୟ ରଖିପାରିବେ। ବନ୍ଧୁମାନଙ୍କ ସହ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ବିଭିନ୍ନ ଦିଗରୁ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।