ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ
ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ଅନୁମାନ କରାଯାଉଛି। ଅନ୍ୟପକ୍ଷେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ି ନାହିଁ।
ନିଆଁ ଏତେ ଜୋର ଥିଲା ଯେ, କିଛି ସମୟ ମଧ୍ୟରେ ଏହା ରେଷ୍ଟୁରାଣ୍ଟରେ ବ୍ୟାପି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜରି ରଖିଛନ୍ତି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।