ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି
ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାଏ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ତେବେ କେନ୍ଦ୍ରୀୟ ରୋଷେଇ (ସେଣ୍ଟ୍ରାଲ କିଚେନ୍) ବ୍ୟବସ୍ଥା ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନ ଭୋଜନ (ଏମ୍ଡିଏମ୍) ନିର୍ଦ୍ଧାରିତ ସମୟରେ ଗ୍ରହଣ କରି ଛାତ୍ରୀଛାତ୍ରଙ୍କୁ ପରିବେଷଣ କରାଯିବ। ମଧ୍ୟାହ୍ନ ଭୋଜନ ପରିବେଷଣ ପରେ ସେହି ବିଦ୍ୟାଳୟଗୁଡ଼ିକରେ ମଧ୍ୟ ପାଠପଢ଼ା ସ୍ଥଗିତ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରୀଛାତ୍ରଙ୍କ ସୁରକ୍ଷା ଓ ସୁବିଧାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଜିଲାପାଳଙ୍କ ଆଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।