ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା, ମୟୂରଭଞ୍ଜକୁ ରେଡ୍ ୱାର୍ଣ୍ଣିଂ
ନନ୍ଦିଘୋଷ ବ୍ୟୁରୋ : ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଉପକୂଳରେ ସୃଷ୍ଟ ଘୁର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ସମସ୍ତ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଆଗାମୀ ୨୪ ଘଣ୍ଟାରେ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏଥିପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ତିନୋଟି ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।