ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।
ମିଳିଥିବା ସୂଚନା ମୁତାବକ, ଉକ୍ତ ଦମ୍ପତି ମେଡିକାଲ କାମରେ କୋରାପୁଟ ଆସି ଶାନ୍ତି ଲଜ୍ରେ ରହିଥିଲେ। ପରେ ଲଜ୍ ରୁମ୍ରୁ ୨ଜଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଏହା ଆତ୍ମହତ୍ୟା ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ଦମ୍ପତିଙ୍କ ମୃତ୍ୟୁର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତଦନ୍ତ ପରେ ଠିକ୍ ତଥ୍ୟ ଜଣାପଡ଼ିବ ବୋଲି କୋରାପୁଟ ଟାଉନ ଥାନା ପକ୍ଷରୁ କୁହାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।