ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

Oct 10, 2026 - 11:16
ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର ପାଇଁ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଥିବା ବେଳେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।

କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଦୀର୍ଘଦିନ ଧରି ଦାବି ହୋଇଆସୁଥିଲା। ଶେଷରେ ଚଳିତବର୍ଷ ନିର୍ବାଚନ ହେବାକୁ ଯାଉଥିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ବଢ଼ିଛି। କଲେଜର +୩ କଳା ବିଭାଗର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ବର୍ଷରେ ମୋଟ ୫୮୦ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ମୋଟ ୮ଟି ପଦବୀ ପାଇଁ ୧୫ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାକୁ ନେଇ କଲେଜରେ ନିର୍ବାଚନୀ ମାହୋଲ ସୃଷ୍ଟି ହୋଇଛି।
କଲେଜ ଅଧ୍ୟକ୍ଷା ଡ. ମିନତି ପଟ୍ଟନାୟକଙ୍କ ସୂଚନା ଅନୁଯାୟୀ, ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ କଲେଜ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ସ୍ଥାନୀୟ ପ୍ରଶାସନ ଓ ପୋଲିସର ସହଯୋଗ ଲୋଡ଼ାଯାଇଛି। ଦୀର୍ଘଦିନ ପରେ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାର ଫଳାଫଳ ଉପରେ ଏବେ ସମସ୍ତଙ୍କ ନଜର ରହିଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।