ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

Aug 24, 2026 - 14:26
ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ ଏହି ଘଟଣାରେ ମହିଳାଙ୍କୁ ସାମାନ୍ୟ ଆହାତ ଲାଗିଥିବା ଜଣାପଡ଼ିଛି।

ଖବରରୁ ଜଣାଯାଏ ରବିବାର ସନ୍ଧ୍ୟାରେ ଦ୍ରୌପଦୀ ମଣ୍ଡାଙ୍ଗୀ ଶୋଇଥିବା ବେଳେ ହଠାତ କାନ୍ଥ ଭୁଶୁଡ଼ି ତାଙ୍କ ଉପରେ ପଡ଼ିଯାଇଥିଲା। ହେଲେ ସୌଭାଗ୍ୟ ବଶତଃ ସେ ବର୍ତ୍ତି ଯାଇଛନ୍ତି। ତାଙ୍କୁ ସାମାନ୍ୟ ଆହତ ଲାଗିଛି। ପରିବାର ବର୍ଗ ଓ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରିଥିଲେ। ପ୍ରଶାସନ ପକ୍ଷରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପ୍ରଦାନ ପରେ ସେ ସୁସ୍ଥ ଥିବା ଜଣାପଡିଛି। ଘଟଣା ପରେ ତାଙ୍କୁ ରାଜସ୍ବ ବିଭାଗ ପକ୍ଷରୁ ପଲିଥିନ ପ୍ରଦାନ କରାଯାଇଛି। ସୋମବାର ରାମନାଗୁଡ଼ା ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ଅତିରିକ୍ତ ତହସିଲଦାର ଗୟା ଡମ୍ବରୁଧର ବେହେରା ଏବଂ ଅନ୍ୟ କର୍ମଚାରୀ ପହଞ୍ଚି ମହିଳାଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।