ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…
ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭ ବର୍ଷର ନାବାଳକଙ୍କ ମୃତୁ} ହୋଇଛି। ମୃତ ନାବାଳକଙ୍କ ନାମ ଲାଗେସ ମାଝୀ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ,ସ୍ରାତିରେ ଶୋଇଥିବା ସମୟରେ ନାବାଳକଙ୍କୁ ଏକ ବିଷାକ୍ତ ସାପ କାମୁଡା ଦେଇଥିଲା। ଏହାପରେ ପରିବାର ଲୋକେ ତାଙ୍କୁ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ପରେ ବି ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ନ ଆସିବାରୁ ସଙ୍କଟାପର୍ଣ୍ଣ ଅବସ୍ଥାରେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।ହେଲେ ସେଠାରେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିଲେ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।