ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…
ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ ଏକ ବାଇକକୁ ପଛପଟୁ ଧକ୍କା ଦେବା ଯୋଗୁ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ସହିତ ଥିବା ଅନ୍ୟ ଜଣେ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ବୁର୍ଲା ଡ଼ାକ୍ତରଖାନା ନିଆଯାଇଛି। ମୃତାହତମାନେ ଦେଓଗାଁ ବର୍ଡୋଲର ଏବଂ ସେମାନେ ଭେଡେନ ବ୍ଲକ ତାଲପାଲି ଗ୍ରାମକୁ ଏକ ଶ୍ରାଦ୍ଧକାର୍ଯ୍ୟରେ ଯୋଗଦେବା ପାଇଁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା। ପୋଲିସ ଘଟଣାର ତଦନ୍ତ କରୁଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।