ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

Aug 10, 2026 - 16:53
ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ ଯଶୋବନ୍ତ ଜେଠୱାଙ୍କୁ ADGରୁ DG ପାହ୍ୟାକୁ ପଦୋନ୍ନତି କରିଛନ୍ତି।

ପଦୋନ୍ନତି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି। ସୂଚନା ଯୋଗ୍ୟ, ଆସନ୍ତା ୧୬ ତାରିଖରେ ଡିଜିପି ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।