ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…
ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି । ନୂତନ ଦାୟିତ୍ୱ ଗ୍ରହଣ କରିବା ପରେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ବ୍ୟାପକ ପ୍ରଚାର ପ୍ରସାରରେ ସମସ୍ତ କର୍ମଚାରୀ ଓ ଗଣମାଧ୍ୟମର ସହଯୋଗ କାମନା କରିଛନ୍ତି ।
ଅନ୍ୟପଟେ ପୂର୍ବତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଖୋସ୍ଲାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇ ଥିବାବେଳେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପାଢ଼ୀଙ୍କୁ ସ୍ୱାଗତ କରାଯାଇଥିଲା ।
ଏଠାରେ ଉଲ୍ଲେଖନୀୟ, ପୂର୍ବତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଖୋସ୍ଲାଙ୍କୁ ନବରଙ୍ଗପୁର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଭାବେ ବଦଳି ହୋଇଛି ।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।