ସମ୍ଭାବ୍ୟ ବାତ୍ୟା ପାଇଁ ବନ୍ଦ ରହିବ ୨୬ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Oct 25, 2026 - 23:42
ସମ୍ଭାବ୍ୟ ବାତ୍ୟା ପାଇଁ ବନ୍ଦ ରହିବ ୨୬ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ସୋମବାର ଅକ୍ଟୋବର ୨୬ ତାରିଖରେ ୟୁନିଟ–୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିକୁ ସ୍ଥଗିତ ରଖାଯାଇଛି । ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ।
ସେମାନଙ୍କ ପାଇଁ ଭୁବନେଶ୍ୱର ଠାରେ ଅନୁଷ୍ଠିତ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DINALIPI ଦେଖନ୍ତୁ।