ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ତତ୍ପରତା: ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮ ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ

Oct 26, 2026 - 07:57
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ତତ୍ପରତା:  ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮ ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ

ଭୁବନେଶ୍ୱର,୨୬ା୧୦ (ରବିନାରାୟଣ ଜେନା): ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବାତ୍ୟା ସମ୍ଭାବ୍ୟ ୮ ଜିଲା ପାଇଁ ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮ ମନ୍ତ୍ରୀ ଏବଂ ୫ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଜିଲା ଦାୟିତ୍ୱ ବଣ୍ଟନ କରିଛନ୍ତି। ସେଥିମଧ୍ୟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କୁ କୋରାପୁଟ ଜିଲା ଦାୟିତ୍ୱ ପ୍ରଦାନ କରାଯାଇଥିବାବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ରାୟଗଡ଼ା, ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକଙ୍କୁ କନ୍ଧମାଳ, ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗଞ୍ଜାମ, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ନବରଙ୍ଗପୁର, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ମାଲକାନଗିରି, ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କୁ କଳାହାଣ୍ଡି ଓ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଗଜପତି ଜିଲା ଦାୟିତ୍ୱ ଦିଆଯାଇଛି। ଏହାସହିତ ବରିଷ୍ଠ ଆଇଏଏସ୍‌ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ରାୟଗଡ଼ା ଜିଲା ଦାୟିତ୍ୱ ଦିଆଯାଇଥିବାବେଳେ ଡ. ପୁମା ଟୁଡୁଙ୍କୁ କୋରାପୁଟ, ବିଜୟ କୁମାର ଦାଶଙ୍କୁ ଗଜପତି, ଡ. ୟେଦ୍ଦୁଲା ବିଜୟଙ୍କୁ ମାଲକାନଗିରି ଏବଂ ଡ. ମହେଶ୍ୱର ସ୍ବାଇଁଙ୍କୁ ନବରଙ୍ଗପୁର ଜିଲା ଦାୟିତ୍ୱ ଦିଆଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।