ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

Oct 03, 2026 - 08:31
ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼, ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ଜଣକ ସେହି ଗ୍ରାମର କଷ୍ଟୁ ସାହୁ (୪୩) ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ଶନିବାର ସକାଳ ପ୍ରାୟ ୬ଟା ସମୟରେ କଷ୍ଟୁ ଘାଟରୁ ବାହାରି ସାଇକେଲ ଯୋଗେ ଗାଁ ମୁଣ୍ଡକୁ ଯାଉଥିଲେ। ଏହି ସମୟରେ ହଠାତ୍‌ ଏକ ଜଙ୍ଗଲୀ ବାର୍‌ହା ତାଙ୍କ ଉପରେ ଆକ୍ରମଣ କରିଥିଲା। ବାର୍ହା ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିଲେ। କଷ୍ଟୁଙ୍କ ଚିତ୍କାର ଶୁଣି ନିକଟରେ ଥିବା ପଡ଼ୋଶୀମାନେ ଘଟଣାସ୍ଥଳକୁ ଧାଇଁ ଆସିଥିଲେ। ଲୋକମାନଙ୍କୁ ଦେଖି ବାର୍ହାଟି ସେଠାରୁ ଦୌଡ଼ି ଜଙ୍ଗଲ ଆଡ଼କୁ ପଳାଇ ଯାଇଥିଲା।
ପରେ ପରିବାର ଲୋକେ ଗୁରୁତର ଆହତ କଷ୍ଟୁଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ଡାକ୍ତରଖାନାକୁ ନେଇଥିବା ଜଣାପଡ଼ିଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।