ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ
ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି କେନ୍ଦ୍ର ଠାବ କରିଛି। ଚଢ଼ାଉ ବେଳେ ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା ବେଳେ ପୋଲିସ ପ୍ରାୟ ୧୦୦ ଲିଟର ଦେଶୀ ମଦ ଓ ମଦ ପ୍ରସ୍ତୁତିରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରିଛି। ଏହାସହ ୬୦୦ ଲିଟର ମହୁଲ ପଚା ରସ ନଷ୍ଟ କରାଯାଇଛି।
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଅପରିଷ୍କାର ପରିବେଶରେ ବିଭିନ୍ନ କ୍ଷତିକାରକ ପଦାର୍ଥ ମିଶାଇ ଦୀର୍ଘଦିନ ଧରି ଏହି ଦେଶୀ ମଦ ପ୍ରସ୍ତୁତ କରାଯାଉଥିଲା। ପରେ ଏହାକୁ ପାରଳାଖେମୁଣ୍ଡି ସହ ଆଖପାଖ ଅଞ୍ଚଳକୁ ବେଆଇନ ଭାବେ ଯୋଗାଣ କରାଯାଉଥିବା ପୋଲିସ ସନ୍ଦେହ କରୁଛି।
ଏହି ଘଟଣାରେ ପାରଳାଖେମୁଣ୍ଡି ଥାନାରେ କେସ୍ ନଂ–୨୬୦/୨୦୨୬ ରୁଜୁ କରାଯାଇଛି। ଫେରାର ଅଭିଯୁକ୍ତମାନଙ୍କୁ ଧରିବା ସହ ବେଆଇନ ମଦ କାରବାରରେ ସମ୍ପୃକ୍ତ ଅନ୍ୟ ବ୍ୟକ୍ତିଙ୍କ ସମ୍ପର୍କରେ ପୋଲିସ ତଦନ୍ତ ଜାରି ରଖିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।