ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…
ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ବର୍ତ୍ତମାନ ଏକ ସ୍ପଷ୍ଟ ଅବପାତର ରୂପ ନେଇସାରିଛି।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ,ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ରେ ପରିଣତ ହେବ।ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ନିଜର ଦିଗ ବଜାୟ ରଖି ଆଗକୁ ବଢ଼ୁଛି।
ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ଉପକୂଳବର୍ତ୍ତୀ ଅଞ୍ଚଳ ଓ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କତା ଜାରି କରାଯାଇଛି।
ଆଗାମୀ ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଏହା ସଂପୃକ୍ତ ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ପ୍ରବଳ ବର୍ଷା ଏବଂ ଝଡ଼ପବନ ହେବାର ଆଶଙ୍କା ରହିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।