ସୃଷ୍ଟି ହେଲା 'ଅର୍ଣ୍ଣବ', ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ

Oct 26, 2026 - 13:11
ସୃଷ୍ଟି ହେଲା 'ଅର୍ଣ୍ଣବ', ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’। ଗୋପାଳପୁର ବେଳାଭୂମି ଠାରୁ ୫୮୦କିମି. ଦୂରରେ ରହିଛି ଅର୍ଣ୍ଣବ । ଆଜି ରାତି ସୁଦ୍ଧା ଏହା ଭୀଷଣ ବାତ୍ୟାର ରୂପ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୨୫ ରୁ ୧୪୦ ଯାଏଁ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ତେବେ ‘ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ, ପବନର ବେଗ ରହିବ ନାହିଁ । ୨୮ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶାରେ ପ୍ରଭାବ ରହିବ ବୋଲି ସୋମବାର ପାଣିପାଗ ବିଶେଷଜ୍ଞ ଶରତ ସାହୁ ସୂଚନା ଦେଇଛନ୍ତି । 

ସୂଚନାନୁସାରେ, ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା 'ଅର୍ଣ୍ଣବ' ବର୍ତ୍ତମାନ ପୂର୍ବ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦ୍ରୁତ ଗତିରେ ଅଗ୍ରସର ହେଉଛି । ଏହା ଗୋପାଳପୁର ଠାରୁ ୬୧୦ କିମି, ଶ୍ରୀ ବିଜୟପୁରମ୍ ଠାରୁ ୫୯୦ କିମି ଏବଂ ବିଶାଖାପାଟନମ୍ ଠାରୁ ପ୍ରାୟ ୬୫୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ମଧ୍ୟରାତ୍ରି ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ଭୀଷଣ ଘୂର୍ଣ୍ଣିଝଡ଼ ବା 'ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ'ରେ ପରିଣତ ହେବାର ସମ୍ଭାବନା ରହିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି SAMAYA - ସମୟ ଦେଖନ୍ତୁ।