ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’: ୩ରେ ଲ୍ୟାଣ୍ଡଫଲ୍ !
ନନ୍ଦିଘୋଷ ବ୍ୟୁରୋ: ସୃଷ୍ଟି ହେଲା ବାତ୍ୟା ମୁରାସୁ । ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ।ଦିନ ସାଢ଼େ ୧୧ ସୁଦ୍ଧା ସୃଷ୍ଟି ହେଲା ବାତ୍ୟା । ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବଢିଲା ବର୍ଷା ଭୟ । ଏହା ପ୍ରଭାବରେ ଆସନ୍ତା ୩ ଓ ୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଗଞ୍ଜାମ, ଗଜପତି ସମେତ ୫ ଜିଲ୍ଲାକୁ ଅଧିକ ବିପଦ ଥିବା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର । ଭୂସ୍ଖଳନ ଓ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ । ବର୍ତ୍ତମାନ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ୨୦ କିଲୋମିଟର ବେଗରେ ଗତି କରୁଛି । ନଭେମ୍ବର ୩ ତାରିଖ ସକାଳ ସୁଦ୍ଧା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ନେଲୋର ଓ ନରସାପୁର ମଧ୍ୟରେ ଏହା ଉପକୂଳ ଅତିକ୍ରମ କରିବାର ଆକଳନ କରାଯାଇଛି । ଉପକୂଳ ଅତିକ୍ରମ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିଲୋମିଟର ଏବଂ ଝଟକା ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ।ତେବେ ଆଶ୍ବସ୍ତିକର କଥା ହେଉଛି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ଅପେକ୍ଷାକୃତ କମ୍ ରହିବାର ସମ୍ଭାବନା ଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଓ ପବନର ପ୍ରଭାବ ଅଧିକ ରହିପାରେ ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ NANDIGHOSHA TV - ନନ୍ଦିଘୋଷ ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି NANDIGHOSHA TV - ନନ୍ଦିଘୋଷ ଟିଭି ଦେଖନ୍ତୁ।